ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦେଶର ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି ଭି ସିନ୍ଧୁ କୋରିଆ ସୁପର ସିରିଜ ଜିତିବା ପରେ ଏହି ଟାଇଟଲ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ପିତ କରିଛନ୍ତି। ଜାପାନର ନୋଜୋମି ଅକୁହାରାଙ୍କୁ ଫାଇନାଲ୍ ମ୍ୟାଚ୍ରେ ପରାସ୍ତ କରି ସିନ୍ଧୁ ଚାମ୍ପିୟନ ହୋଇଥିଲେ। ଏହାସହ ସିନ୍ଧୁ ପ୍ରଥମ ଭାରତୀୟ ଭାବେ କୋରିଆ ଓପନ ଟାଇଟଲକୁ ନିଜ ନାଁରେ କରିଛନ୍ତି।
ଏହି ବିଜୟକୁ ସିନ୍ଧୁ ପ୍ରଧାନମନ୍ତ୍ରୀଙ୍କୁ ସମର୍ପିତ କରିଛନ୍ତି। ୧୭ ସେପ୍ଟେମ୍ବର ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଥିଲା। ସିନ୍ଧୁ ଟ୍ୱିଟ୍ର ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଏହି ବିଜୟ ସମର୍ପିତ କରିଥିବା କହିଛନ୍ତି। ସେ କହିଛନ୍ତି ‘ଆମର ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ମୁ ଏହି ବିଜୟକୁ ତାଙ୍କୁ ସମର୍ପିତ କରୁଛି’, ସେ ବିନା ବିଶ୍ରାମରେ ନିସ୍ୱର୍ଥପର ଭାବେ ଦେଶର ସେବା କରୁଥିବା ସିନ୍ଧୁ କହିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ସିନ୍ଧୁଙ୍କ ଏହି ବିଜୟ ଅବସରରେ ଟ୍ୱିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ସିନ୍ଧୁଙ୍କ ସଫଳତା ପାଇଁ ଗର୍ବ ଅନୁଭବ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।