Advertisment

ସୁପର ଓଭର୍‌ରେ ଭାରତର ସୁପର ବିଜୟ, ମାଟି କାମୁଡ଼ିଲା ଶ୍ରୀଲଙ୍କା

ସୁପର୍ ଓଭର ବିଜୟ ସହ ଭାରତ ସିରିଜ୍‌କୁ କ୍ଲିନ୍ ସୁଇପ୍ କରି ନେଇଛି।

India Win

India Win

Advertisment

ସୁପର୍ ଓଭର ବିଜୟ ସହ ଭାରତର ସିରିଜ୍ କ୍ଲିନ୍ ସୁଇପ୍। ଶ୍ରୀଲଙ୍କା ବିପକ୍ଷ ଟି-ଟ୍ୱେଣ୍ଟି ସିରିଜ୍‌କୁ ଭାରତ ୩-୦ରେ ଜିତି ନେଇଛି। ଶ୍ରୀଲଙ୍କାକୁ ଧୂଳି ଚଟାଇଛି ଭାରତ। ଶେଷ ଓଭର୍‌ରେ ୬ ରନ୍‌ ମଧ୍ୟ କରିପାରିନି ଶ୍ରୀଲଙ୍କା।

Advertisment

ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚରେ ଉଭୟ ଦଳ ୧୩୭ ରନରେ ଅଟକିଯିବା ପରେ ମ୍ୟାଚ୍ ଟାଇ ରହିଥିଲା। ଏହାପରେ ସୁପର ଓଭର୍‌ର ସହାୟତା ନିଆଯାଇଥିଲା। ସୁପର ଓଭର୍‌ରେ ଶ୍ରୀଲଙ୍କା ମାତ୍ର ୩ ରନ୍‌ କରିଥିଲା। ଯାହାକୁ ଭାରତ ପ୍ରଥମ ବଲ୍‌ରେ ହିଁ ହାସଲ କରି ନେଇଛି।

ସୁପର୍ ଓଭରରେ ୱାସିଂଟନ୍ ସୁନ୍ଦର ମାତ୍ର ୪ ବଲରେ ୨ ରନ୍ ଦେଇ ୨ ୱିକେଟ୍ ହାସଲ କରିଥିଲେ। ଜବାବରେ ମଥିଶା ପଥିରଣାଙ୍କ ପ୍ରଥମ ବଲକୁ ସୁଇପ୍ ଚୌକା ମାରି ଅଧିନାୟକ ସୂର୍ଯ୍ୟକୁମାର ୟାଦବ ଭାରତକୁ ବିଜୟୀ କରାଇଥିଲେ।

Advertisment

ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୯ ଓ୍ୱିକେଟ୍‌ ହରାଇ ୧୩୭ ରନ୍‌ କରିଥିଲା। ଜବାବରେ ଘରୋଇ ଦଳ ଶ୍ରୀଲଙ୍କା ୮ ଓ୍ୱିକେଟ୍‌ ହରାଇ ୧୩୭ ରନ୍‌ କରିଥିଲା। ଏହାପରେ ସୁପର ଓଭରର ସହାୟତା ନିଆ ଯାଇଥିଲା। ୱାଶିଂଟନ ସୁନ୍ଦର ମ୍ୟାଚର ଶ୍ରେଷ୍ଠ ଖେଳାଳି ଏବଂ ସୂର୍ଯ୍ୟକୁମାର ୟାଦବ ଶୃଙ୍ଖଳାର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ।

3rd T20I SL V IND
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe