ଦୁବାଇ: ଆଇପିଏଲର ୨୦ତମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍ ଜବରଦସ୍ତ ପ୍ରଦର୍ଶନ ବଜାୟ ରଖି ରାଜସ୍ଥାନ ରୟାଲ୍ସକୁ ୫୭ ରନର ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ପରାଜୟ ପରେ ରାଜସ୍ଥାନ ଟିମର କ୍ୟାପଟେନ୍ ଷ୍ଟିଭ୍ ସ୍ମିଥଙ୍କୁ ବଡ଼ ଝଟକା ଲାଗିଛି। ଏହି ମ୍ୟାଚରେ ସ୍ଲୋ ଓଭର୍ ରେଟ୍ କାରଣରୁ ସ୍ମିଥଙ୍କ ଉପରେ ଜୋରିମାନା ଲଗାଯାଇଛି। ତାଙ୍କ ଉପରେ ମ୍ୟାଚ୍ ଫି'ର ୧୨ ଲକ୍ଷ ଟଙ୍କାର ଜୋରିମାନା ଲାଗିଛି।
ମଙ୍ଗଳବାର ମୁମ୍ବାଇ ବିପକ୍ଷ ମ୍ୟାଚରେ ଫିଲ୍ଡ ସେଟିଂରେ ସମୟ ନଷ୍ଟ କରିବା କାରଣରୁ ଓଭର୍ ପୂରା କରିବାରେ ବିଳମ୍ବ ହୋଇଥିଲା। ଏଥିପାଇଁ ତାଙ୍କ ମ୍ୟାଚ୍ ଫି'ରୁ ୧୨ ଲକ୍ଷ ଟଙ୍କା କାଟି ଦିଆଯାଇଛି। ସୂଚନାଯୋଗ୍ୟ, ଏହି ମ୍ୟାଚରେ ରୟାଲ୍ସ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ୱିକେଟ୍ ହରାଇ ୧୯୩ ରନ୍ କରିଥିଲା। ଜବାବରେ ରାଜସ୍ଥାନ ୧୮.୧ ଓଭରରେ ୧୩୬ ରନ୍ କରି ଅଲଆଉଟ୍ ହୋଇଯାଇଥିଲା। ଏହି ମ୍ୟାଚରେ ସ୍ମିଥ୍ ବ୍ୟାଟିଂରେ ଫେଲ୍ ମାରିଥିଲେ। ସେ ମାତ୍ର ୬ ରନ୍ କରି ଯଶପ୍ରୀତ ବୁମ୍ରାଙ୍କ ଶିକାର ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।