ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ଇଣ୍ଡିଆ-ଅଷ୍ଟ୍ରେଲିଆ ଟି-ଟ୍ୱେଣ୍ଟି ସିରିଜ। ଝାଡ଼ଖଣ୍ଡର ରାଂଚିରେ ଖେଳାଯିବ ପ୍ରଥମ ମ୍ୟାଚ। ଦିନିକିଆ ସିରିଜ ପରି ଟି-ଟ୍ୱେଣ୍ଟିରେ ମଧ୍ୟ ଦବ୍ଦବା ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି ଟିମ୍ ଇଣ୍ଡିଆ। ଉଭୟ ବୋଲିଂ ଓ ବ୍ୟାଟିଂରେ ଦଳ ଚମତ୍କାର ପ୍ରଦର୍ଶନ କରି ଦିନିକିଆ ସିରିଜକୁ ୪-୧ରେ ଇଣ୍ଡିଆ ଜିତିନେଇଥିଲା। ଦେଖିବାକୁ ଗଲେ ବୋଲିଂରେ ଉଭୟ ସ୍ପିନ୍ ବୋଲର ଓ ପେସ୍ ବୋଲରଙ୍କ ପ୍ରଦର୍ଶନ ପ୍ରଭାବଶାଳୀ ଥିଲା। ୪ ନମ୍ବରରେ ବ୍ୟାଟିଂ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଓ ଦୁଇ ଯୁବ ବୋଲର କୁଳଦୀପ ଯାଦବ ଓ ଚହଲଙ୍କ ବୋଲିଂକୁ ସାମ୍ନା କରିପାରିନଥିଲେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ। ଏବେ ପୁଣି ଦଳକୁ ଫେରିଛନ୍ତି ଆଶିଷ। ନେହରା ଟି-ଟ୍ୱେଣ୍ଟିରେ ମଧ୍ୟ ଟିମ୍ ଇଣ୍ଡିଆର ରେକର୍ଡ ଅଷ୍ଟ୍ରେଲିଆ ବିରୋଧରେ ଭଲ। ଶେଷଥର ପାଇଁ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଟି-ଟ୍ୱେଣ୍ଟି ସିରିଜକୁ ଇଣ୍ଡିଆ ୩-୦ରେ ଜିତିନେଇଥିଲା। ଏଥର ମଧ୍ୟ ସେହି ପ୍ରଦର୍ଶନ ଦୋହରାଇବାକୁ ଲକ୍ଷ୍ୟ ରଖିଛି ବିରାଟ ବ୍ରିଗେଡ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।