କୋଲକାତା: ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଇଂଲଣ୍ଡ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଖେଳାଯିବ।
ମାର୍ଚ୍ଚ ୩୦ ତାରିଖରେ ପ୍ରଥମ ସେମି ଫାଇନାଲ୍ରେ ନ୍ୟୁଜିଲାଣ୍ଡକୁ ୭ ୱିକେଟ୍ରେ ହରାଇ ଇଂଲଣ୍ଡ ପ୍ରଥମ ଦଳ ଭାବେ ଫାଇନାଲ୍ରେ ପହଞ୍ଚିଥିଲା। ଆଉ ଆଜି ୱେଷ୍ଟଇଣ୍ଡିଜ୍ ୭ ୱିକେଟ୍ରେ ଭାରତକୁ ହରାଇ ଦ୍ୱିତୀୟ ଦଳ ଭାବେ ଫାଇନାଲ୍ରେ ପହଞ୍ଚି ଯାଇଛି।
ଫାଇନାଲ୍ ମ୍ୟାଚ୍ ଆସନ୍ତା ରବିବାର କୋଲକାତାର ଇଡେନ୍ ଗାର୍ଡେନ୍ରେ ସନ୍ଧ୍ୟା ୭ଟାରେ ଖେଳାଯିବ।
ଭାରତ ଆଜି ୨୦ ଓଭରରେ ୨ ୱିକେଟ୍ ହରାଇ ୧୯୨ ରନ୍ କରି ଥିଲା। ତେବେ ୱେଷ୍ଟଇଣ୍ଡିଜ୍ ୧୯.୪ ଓଭରରେ ୩ ୱିକେଟ୍ ହରାଇ ୧୯୬ ରନ୍ ସଂଗ୍ରହ କରିଥିଲା।
ପ୍ରଥମ ସେମି ଫାଇନାଲ୍ରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ଟି ୱିକେଟ୍ ହରାଇ ୧୫୩ ରନ୍ କରିଥିଲା। ତେବେ ଇଂଲଣ୍ଡ ୧୭.୧ ଓଭରରେ ୧୫୪ ରନ୍ର ବିଜୟ ଲକ୍ଷ୍ୟକୁ ହାସଲ କରି ନେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।