ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତୀୟ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାଗ ନେଇଥିବା ଭାରତୀୟ ଆଥଲେଟ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତୀୟ ଖେଳାଳିମାନେ ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ କଠିନ ପରିଶ୍ରମ କରିଛନ୍ତି, ଏଥିସହ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ବୋଲି ମୋଦି କହିଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାଗ ନେଇଥିବା ୮ ଓଡିଆଙ୍କ ସହ ପୁରା ଭାରତୀୟ ଟିମକୁ ଅଭିନନ୍ଦନ ଜଣାଇଛନ୍ତି। ସାରା ଦେଶ […]

india

Rakesh Mallick
  • Published: Wednesday, 04 April 2018
  • , Updated: 04 April 2018, 05:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାଗ ନେଇଥିବା ଭାରତୀୟ ଆଥଲେଟ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତୀୟ ଖେଳାଳିମାନେ ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ କଠିନ ପରିଶ୍ରମ କରିଛନ୍ତି, ଏଥିସହ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ବୋଲି ମୋଦି କହିଛନ୍ତି। ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାଗ ନେଇଥିବା ୮ ଓଡିଆଙ୍କ ସହ ପୁରା ଭାରତୀୟ ଟିମକୁ ଅଭିନନ୍ଦନ ଜଣାଇଛନ୍ତି। ସାରା ଦେଶ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ଖେଳାଳିମାନଙ୍କୁ ଉତ୍ସାହିତ କରିବ। ରାଜ୍ୟଗୋଷ୍ଠୀ କ୍ରୀଡାରେ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶକୁ ଗୌରବାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କରିଛନ୍ତି।

Related story