ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ଦ୍ୱିଶତକ ବଳରେ ଟିମ୍ ଇଣ୍ଡିଆର ବୃହତ ବିଜୟ। ମୋହାଲିରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଶ୍ରୀଲଙ୍କାକୁ ୧୪୧ ରନରେ ହରାଇଛି ଭାରତ। ଘରୋଇ ଦଳ ପ୍ରଥମେ ବ୍ୟାଟିଂ କରି ୩୯୨ ରନର ବିଶାଳ ସ୍କୋର ଛିଡ଼ା କରିଥିଲା। ଅଧିକାୟକ ରୋହିତ ଶର୍ମା ୧୫୩ ବଲରୁ ଧୁଆଁଧାର ୨୦୮ ରନ୍ କରିଥିଲେ। ଦିନିକିଆରେ ଏହା ତାଙ୍କର ତୃତୀୟ ଦ୍ୱିଶତକ।
ଏହାପରେ ୩୯୩ ରନର ବିଜୟ ଲକ୍ଷ୍ୟର ପିଛା କରୁଥିବା ଶ୍ରୀଲଙ୍କା ଟିମ୍ ଚହଲ ଓ ବୁମରହାଙ୍କ ଘାତକ ବୋଲିଂର ମୁକାବିଲ କରିନଥିଲା। ଆଞ୍ଜେଲା ମ୍ୟାଥ୍ୟୁସଙ୍କ ଲଢୁଆ ଶତକ ବଳରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୫୦ ଓଭର ୨୫୧ ରନ କରିବାକୁ ସମର୍ଥ ହୋଇଥିଲା। ଭାରତ ପକ୍ଷରୁ ଚହଳ ୩ ଟି ଓ ବୁମ୍ରା ୨ଟି ଓ୍ୱିକେଟ୍ ନେଇଥଲେ। ଏହି ବିଜୟ ସହ ଭାରତ ଧର୍ମଶାଳା ପରାଜୟର ବଦଲା ନେବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ରେ ବରାବର ରଖିଛି। ଅନ୍ତିମ ଦିନିକିଆ ଆସନ୍ତା ରବିବାର ବିଶାଖାପାଟ୍ନମରେ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।