ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇସିସି ଦିନିକିଆ ମାନ୍ୟତାରେ ଏକ ନମ୍ବର ସ୍ଥାନରେ ପହଞ୍ଚିବା ପାଇଁ ଟିମ୍ ଇଣ୍ଡିଆର ସୁବର୍ଣ୍ଣ ସୁଯୋଗ। ଆସନ୍ତା କାଲି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କୋଲକାତାରେ ଦ୍ୱିତୀୟ ଦିନିକିଆ ଖେଳାଯିବ। ଯଦି ଏହି ମ୍ୟାଚ୍ରେ ଭାରତର ବିଜୟ ହେଉଛି ତେବେ ଦକ୍ଷିଣ ଆଫ୍ରିକାକୁ ପଛରେ ପକାଇ ଭାରତ ଏକ ନମ୍ବର ସ୍ଥାନରେ ପହଞ୍ଚିପାରିବ। ବର୍ତ୍ତମାନ ଆଇସିସି ଦିନିକିଆ ମାନ୍ୟତାରେ ଭାରତ ୧୧୮ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ଅଛି, ଏବଂ ୧୧୯ ପଏଣ୍ଟ ସହ ଦକ୍ଷିଣ ଆଫ୍ରିକା ଏକ ନମ୍ବର ସ୍ଥାନରେ ରହିଛି। ଯଦି ଟିମ୍ ଇଣ୍ଡିଆ ଆସନ୍ତା କାଲି ମ୍ୟାଚ୍ ହାରି ଯାଉଛି ତେବେ ତୃତୀୟ ସ୍ଥାନକୁ ଖସିଆସିବ। ବର୍ତ୍ତମାନ ୧୧୬ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନରେ ପହଞ୍ଚିବ। ଅନ୍ୟପଟେ ଅଷ୍ଟ୍ରେଲିଆର ଅଧିନାୟକ ସ୍ମିଥ୍ ଆସନ୍ତା କାଲି ତାଙ୍କର ୧୦୦ତମ ଦିନିକିଆ ମ୍ୟାଚ୍ ଖେଳିବେ। ସେଥିପାଇଁ ଅଷ୍ଟ୍ରେଲିଆ ଏହି ମ୍ୟାଚ୍ ଜିତିବାକୁ ସମ୍ଫୂର୍ଣ୍ଣ ଚେଷ୍ଟା କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।