Advertisment

ଦେବାଶିଷ ସାହୁଙ୍କୁ ମିଳିଲା ସମ୍ମାନଜନକ ଏକଲବ୍ୟ କ୍ରୀଡା ପୁରସ୍କାର

ଏହି ଭବ୍ୟ ସମାରୋହରେ କ୍ରିକେଟ ତାରକା ତଥା ୧୯୮୩ ବିଶ୍ୱ ବିଜେତା ଦଳର ଅନ୍ୟତମ ଖେଳାଳି ମଦନ ଲାଲ ମୁଖ୍ୟ ଅତିଥି ଓ ପୂର୍ବତନ ରଣଜୀ ଖେଳାଳି ତଥା NCA କୋଚ ପୱନ ଅଗ୍ରୱାଲ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି।

author-image
Manoj Swain

ଶ୍ରେଷ୍ଠ କ୍ରୀଡ଼ା ପ୍ରଦର୍ଶନ ପାଇଁ ଚଳିତ ବର୍ଷର ଟେନିସ୍ ଖେଳାଳି ଦେବାଶିଷ ସାହୁଙ୍କୁ ମିଳିଛି ମର୍ଯ୍ୟାଦାଜନକ ଏକଲବ୍ୟ ପୁରସ୍କାର। ଭାରତର ପ୍ରମୁଖ ଫେରୋ ଆଲଏଜ୍ ଉତ୍ପାଦନକାରୀ କଂପାନି ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ ‘ଇମ୍ପାକ୍ଟ’ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଜାତୀୟ ସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠୁ ମର୍ଯ୍ୟାଦାଜନକ କ୍ରୀଡ଼ା ସମ୍ମାନ। ଏହି ଭବ୍ୟ ସମାରୋହରେ କ୍ରିକେଟ ତାରକା ତଥା ୧୯୮୩ ବିଶ୍ୱ ବିଜେତା ଦଳର ଅନ୍ୟତମ ଖେଳାଳି ମଦନ ଲାଲ ମୁଖ୍ୟ ଅତିଥି ଓ ପୂର୍ବତନ ରଣଜୀ ଖେଳାଳି ତଥା NCA କୋଚ ପୱନ ଅଗ୍ରୱାଲ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଛନ୍ତି। ଇମ୍ପାକ୍ଟର ଟ୍ରଷ୍ଟି ତଥା ଚେୟାରମ୍ୟାନ ବୈଜୟନ୍ତ ପଣ୍ଡା ବିଚାରକ ମଣ୍ଡଳୀର ଅନ୍ୟାନ୍ୟ ସଦସ୍ୟମାନଙ୍କ ସହ ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।

Advertisment
Eklavya Award Bhubaneswar Odisha