Advertisment

ଟେନିସ ତାରକା ଦେବାଶିଷ ସାହୁ ପାଇବେ ‘ଏକଲବ୍ୟ ପୁରସ୍କାର’

୨୦୨୩ ମସିହା ପାଇଁ ୨ ଜଣ ଉପବିଜେତାଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ସେମାନେ ହେଲେ ଆଥଲେଟ ବାପି ହାଁସଦା ଓ ଭାରୋତ୍ତୋଳକ ଜ୍ୟୋସ୍ନା ସବର।

author-image
Manoranjan Sial
ଅଦ୍ୟତନ ହୋଇଛି
Debasis Sahoo

Debasis Sahoo

୨୦୨୩ ମସିହା ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ଘୋଷଣା ହୋଇଛି। ଟେନିସ ତାରକା ଦେବାଶିଷ ସାହୁ ପାଇବେ ଏକଲବ୍ୟ ପୁରସ୍କାର। ପୁରସ୍କାର ବାବଦକୁ ତାଙ୍କୁ ୫ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଇଣ୍ଡିଆନ ମେଟାଲସ୍‌ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଏହି ଘୋଷଣା ହୋଇଛି।

Advertisment

ସେହିପରି ୨୦୨୩ ମସିହା ପାଇଁ ୨ ଜଣ ଉପବିଜେତାଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ସେମାନେ ହେଲେ ଆଥଲେଟ ବାପି ହାଁସଦା ଓ ଭାରୋତ୍ତୋଳକ ଜ୍ୟୋତ୍ସ୍ନା ସବର। ବାପି ଓ ଜ୍ୟୋତ୍ସ୍ନାଙ୍କୁ ୧ ଲକ୍ଷ ଲେଖାଏଁ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ୧୯୯୩ ମସିହାରୁ ନିରବଚ୍ଛିନ୍ନ ଭାବେ ଏହି ପୁରସ୍କାର ପ୍ରଦାନ କରି ଆସୁଛି ଇମ୍ପାକ୍ଟ।

ଚଳିତବର୍ଷ ଏକଲବ୍ୟ ପୁରସ୍କାର ବିଜେତାଙ୍କ ନାଁ ଘୋଷଣା କରିବା ଅବସରରେ ‘ଇମ୍ପାକ୍ଟ’ର ଟ୍ରଷ୍ଟି ତଥା ଏକଲବ୍ୟ ପୁରସ୍କାର କମିଟି ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି, ଏହି ପୁରସ୍କାର ମାଧ୍ୟମରେ ରାଜ୍ୟର ଉଦୀୟମାନ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ହେଉଛି ଆମର ମୂଳ ଲକ୍ଷ୍ୟ। ଯାହାଫଳରେ ସେମାନେ ଅଧିକରୁ ଅଧିକ ଉନ୍ନତ କ୍ରୀଡ଼ା ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ସୁନାମ ଅର୍ଜନ କରିପାରିବେ। କ୍ରୀଡ଼ା ବ୍ୟତୀତ ସାହିତ୍ୟ, କଳା, ସ୍ଥାପତ୍ୟ ଓ ସ୍ୱାସ୍ଥ୍ୟସେବା ଆଦିକୁ ମଧ୍ୟ ପ୍ରୋତ୍ସାହନ ପ୍ରଦାନ କରାଯାଉଛି, ଯାହା ଆଗକୁ ମଧ୍ୟ ଜାରି ରହିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

Advertisment
Tennis