ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ସମୁଦ୍ରରେ ଭାସିଗଲେ ୨ କ୍ରିକେଟ୍ ଖେଳାଳି। ଗାଧୋଇବା ବେଳେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି ସମ୍ବଲପୁର ବିଶ୍ୱବିଦ୍ୟାଳୟ କ୍ରିକେଟ ଟିମ୍ର ଦୁଇ ଖେଳାଳି। ଆଜି ଅପରାହ୍ନରେ ପୁରୀ ବେଳାଭୂମିର ଚୈତନ୍ୟ ଛକରେ ଘଟିଛି ଏହି ଘଟଣା।
ଭୁବନେଶ୍ୱରରେ ଏକ ଘରୋଇ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟ କ୍ରିକେଟ ଟିମ୍ ଆସିଥିଲା। ତେବେ ଆଜି ବିଶ୍ରାମ ଦିବସ ଥିବାରୁ ଟିମ୍ର ୮ ଜଣ ଖେଳାଳି ପୁରୀ ବୁଲିବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ବେଳାଭୂମିରେ ଗାଧୋଉଥିବା ବେଳେ ହଠାତ ବଡ଼ ଜୁଆର ଆସିବାରୁ ଭାସି ଯାଇଥିଲେ। ନିକଟରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଜଣଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିଲେ। ତେବେ ଅନ୍ୟ ଦୁଇ କ୍ରିକେଟ ଖେଳାଳି ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ଆକାଶ ଖାକା ଓ ଯଦୁମଣି ବଚ୍ଚା। ନିଖୋଜ ଦୁଇ ଜଣଙ୍କୁ ଖୋଜିବା ଲାଗି ଉଦ୍ୟମ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।