୨ ଜଣ କ୍ରିକେଟରଙ୍କୁ କରୋନା

ଜୋହାନ୍ସବର୍ଗ: ଦକ୍ଷିଣ ଆଫ୍ରିକା ଜାତୀୟ ଟିମ୍‌ର ଦୁଇ ଜଣ ପୁରୁଷ କ୍ରିକେଟର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦେଇଛନ୍ତି। ଦୁଇ ଜଣ କ୍ରିକେଟର କରୋନାରେ ଆକ୍ରାନ୍ତ ହୋଇଥିବାରୁ ବୋର୍ଡ ପକ୍ଷରୁ ଦଳ ପାଇଁ ଆୟୋଜିତ ସ୍ୱତନ୍ତ୍ର କ୍ୟାମ୍ପରେ ଏମାନେ ଯୋଗଦେଇ ପାରିବେ ନାହିଁ।

ତେବେ କେଉଁ ଦୁଇ ଖେଳାଳି କରୋନାରେ ଆକ୍ରାନ୍ତ ହୋଇଛନ୍ତି, ସେ ସମ୍ପର୍କରେ ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ କୌଣସି ସୂଚନା ଦେଇନାହିଁ। ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ ଆୟୋଜନ କରୁଥିବା ସ୍ୱତନ୍ତ୍ର କ୍ୟାମ୍ପରେ ପ୍ରାୟ ୩୨ ଜଣ ଖେଳାଳି ଓ ସପୋର୍ଟ ଷ୍ଟାଫ ସାମିଲ ହେବାର ଥିଲା। ଏଥିପାଇଁ ସମସ୍ତଙ୍କ ପ୍ରାୟ ୫୦ ଥର କରୋନା ଟେଷ୍ଟ କରାଯାଇଥିଲା।

ଏହି ସମୟରେ ଦୁଇ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଯେଉଁମାନେ କ୍ୟାମ୍ପରେ ଯୋଗଦେଇ ପାରିବେ ନାହିଁ, ସେମାନେ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

କୃଷ୍ଣ ଜନ୍ମଭୂମି ମାମଲା: ମସଜିଦ ଉଚ୍ଛେଦ ଆବେଦନ ଖାରଜ, କ’ଣ ଥିଲା ପୂରା ଇତିହାସ ଜାଣନ୍ତୁ

ଦେଶରେ ପ୍ରଥମ: ଏହି ରାଜ୍ୟରେ ୨୫% ଛାଡ଼ ହେଲା ସ୍କୁଲ ଫି’

ଆୟକର ରିଟର୍ଣ୍ଣର ଅବଧି ପୁଣି ବଢ଼ିଲା, ନୂଆ ତାରିଖ ସମ୍ପର୍କରେ ଜାଣନ୍ତୁ

କ୍ରିକେଟର ମହମ୍ମଦ ଶାମିଙ୍କ ପତ୍ନୀଙ୍କ ସୁରକ୍ଷା ସମ୍ପର୍କରେ ପୁଲିସକୁ‌ ଏମିତି ନିର୍ଦ୍ଦେଶ ଦେଲେ କୋର୍ଟ

ୟୁପିରେ ନିର୍ଭୟା ଗଣଦୁଷ୍କର୍ମର ପୁନରାବୃତ୍ତି: ଯୋଗୀଙ୍କ ଇସ୍ତଫା ଦାବି ଜୋର ଧରିଲା

ଲକ୍ଷେ ମୁହାଁ ଦେଶରେ କରୋନା ମୃତ୍ୟୁସଂଖ୍ୟା

ଅର୍ଗାନ ଡୋନେଟ କରିବେ ଅମିତାଭ, କିନ୍ତୁ ଫ୍ୟାନ୍‌ ଉଠାଇଲେ ପ୍ରଶ୍ନ

ହାଥରସ ମାମଲା: ପୀଡ଼ିତା ଦୁଷ୍କର୍ମର ଶିକାର ହୋଇ ନାହାନ୍ତି କହିଲେ ଆଇଜି

ବାବ୍ରି ମସଜିଦ ଭଙ୍ଗା ମାମଲାର ରାୟ ଶୁଣାଇ ଅବସର ନେବେ ଜଷ୍ଟିସ୍ ଏସ.କେ ଯାଦବ

ହାଥରସ ଦୁଷ୍କର୍ମ ମାମଲା, ଯୋଗୀଙ୍କ ସହ କଥା ହେଲେ ମୋଦି

ଜାପାନ ଯିବେ ଜୟଶଙ୍କର, ବଢ଼ିଲା ଚୀନର ଟେନସନ

ବିବାଦୀୟ ମନ୍ତବ୍ୟ ପାଇଁ ସଞ୍ଜୟ ରାଉତଙ୍କ ଉପରେ ବର୍ଷିଲେ କୋର୍ଟ