ନ୍ୟୁୟର୍କ: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଓ ରୋହନ ବୋପାନ୍ନା ରବିବାର ୟୁଏସ ଓପନରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବିଜୟୀ ହୋଇ ପ୍ରି-କ୍ୱାଟରରେ ପ୍ରବେଶ କରିଛନ୍ତି। ଏହି ଦୁଇ ଭାରତୀୟ ଟେନିସ ଷ୍ଟାର ସେମାନଙ୍କ ଗ୍ରୁପରେ ଜିତି ୟୁଏସ ଓପନର ୧୬ ତମ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ଟପ ସିଡରେ ସାନିଆ-ହିଙ୍ଗିସ ଯୋଡି ଟିମିଆ ବାସ୍କନାସ୍କି ଓ ଚିଆ-ଜୁଙ୍ଗ ଚୁଆଙ୍ଗ ଯୋଡିକୁ ୬-୧, ୬-୧ ସେଟରେ ହରାଇ ପ୍ରି-କ୍ୱାଟରଫାଇନାଲରେ ପ୍ରବେଶ କରିଛନ୍ତି।
ସାହିପରି ପୁରୁଷ ଡବଲ୍ସରେ ୬ଷ୍ଠ ସିଡରେ ରୋହନ ବୋପାନ୍ନା ଓ ଫ୍ଲୋରିନ୍ ମେର୍ଗିଆ ଯୋଡି ମାରିୟୁଜ୍ ଫାଇଷ୍ଟାଇନ ଓ ସାଣ୍ଟିଆଗୋ ଗୋଞ୍ଜାଲେଜଙ୍କୁ ୬-୩, ୭-୬(୪)ସେଟରେ ପରାସ୍ତ କରି ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ଭାରତ-ରୋମାନିଆର ଯୋଡି ୯ମ ସିଡରେ କାନାଡାର ଡାନିଏଲ ନେଷ୍ଟର ଓ ପ୍ରାନ୍ସର ଇ.ଆର. ଭାସେଲିନଙ୍କୁ ଭେଟିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।