ସିଡନୀ: ଦିନିକିଆ ସିରିଜ୍ ହାରିଥିବା ଟିମ୍ ଇଣ୍ଡିଆ ଟି-୨୦ ସିରିଜ୍ ହାତେଇ ଏହାର ପ୍ରତିଶୋଧ ନେଇଛି। ଟି-୨୦ ସିରିଜର ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ଭାରତ ୧୨ ରନରେ ଅଷ୍ଟ୍ରେଲିଆ ନିକଟରୁ ପରାସ୍ତ ହୋଇଥିଲା। ତେବେ ଏହି ଏହି ମ୍ୟାଚରେ ଭାରତକୁ ଗୋଟିଏ ଭୁଲ ଭାରୀ ପଡ଼ିଛି।
ଅଷ୍ଟ୍ରେଲିଆ ବିପକ୍ଷ ଏହି ମ୍ୟାଚରେ ଭାରତ ନିର୍ଦ୍ଧାରିତ ସମୟରେ ଓଭର ପୂରଣ କରିପାରିନଥିଲେ। ଯେଉଁକାରଣରୁ ଟିମ୍ ଉପରେ ମ୍ୟାଚ୍ ଫି'ର ୨୦ ପ୍ରତିଶତ ଜୋରିମାନା ଲଗାଯାଇଛି। ଚଳିତ ଗସ୍ତରେ ଭାରତ ୨ୟଥର ଲାଗି ନିର୍ଦ୍ଧାରିତ ସମୟରେ ଓଭର ପୂରଣ କରିପାରିନାହିଁ।
ଏହା ପୂର୍ବରୁ ଭାରତ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ମଧ୍ୟ ୫୦ ଓଭରକୁ ନିର୍ଦ୍ଧାରିତ ସମୟ ଭିତରେ ପୂରଣ କରିପାରିନଥିଲା। ସୂଚନାଯୋଗ୍ୟ, ଭାରତ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତି ନେଇଛି। ପ୍ରଥମ ଦୁଇଟି ମ୍ୟାଚ୍ ଜିତିବା ପରେ ଭାରତ ତୃତୀୟ ମ୍ୟାଚରେ ପରାସ୍ତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।