ଟସ୍ ଜିତିଲା ୱେଷ୍ଟଇଣ୍ଡିଜ୍, ପ୍ରଥମେ ବ୍ୟାଟିଂ କରିବ ଅଷ୍ଟ୍ରେଲିଆ

ନଟ୍ଟିଂହାମ୍: ଚଳିତ ବିଶ୍ୱକପର ଦଶମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ୍ କ୍ୟାପଟେନ୍ ଜେସନ୍ ହୋଲ୍ଡର ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ୍ ତା’ର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଏଭିନ୍ ଲୁଇସ୍ ମ୍ୟାଚକୁ ଫେରିଛନ୍ତି। ତାଙ୍କ ଫେରିବା ଦ୍ୱାରା ଡାରେନ୍ ବ୍ରାଭୋ ଟିମରୁ ବାଦ୍ ପଡ଼ିଛନ୍ତି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଏକାଦଶରେ କୌଣସି […]

wi vs aus

wi vs aus

Hemant Lenka
  • Published: Thursday, 06 June 2019
  • Updated: 06 June 2019, 03:32 PM IST

Sports

Latest News

ନଟ୍ଟିଂହାମ୍: ଚଳିତ ବିଶ୍ୱକପର ଦଶମ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ୍ କ୍ୟାପଟେନ୍ ଜେସନ୍ ହୋଲ୍ଡର ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବ।

ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ୍ ତା'ର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଏଭିନ୍ ଲୁଇସ୍ ମ୍ୟାଚକୁ ଫେରିଛନ୍ତି। ତାଙ୍କ ଫେରିବା ଦ୍ୱାରା ଡାରେନ୍ ବ୍ରାଭୋ ଟିମରୁ ବାଦ୍ ପଡ଼ିଛନ୍ତି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଏକାଦଶରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଏଠାରେ ସୂଚନାଯୋଗ୍ୟ, ଉଭୟ ୱେଷ୍ଟଇଣ୍ଡିଜ୍ ଓ ଅଷ୍ଟ୍ରେଲିଆ ସେମାନଙ୍କର ପ୍ରଥମ ମ୍ୟାଚରେ ବିଜୟୀ ହୋଇଥିଲେ। ଅଷ୍ଟ୍ରେଲିଆ ପ୍ରଥମ ମ୍ୟାଚରେ ଆଫଗାନିସ୍ତାନକୁ ହରାଇଥିବା ବେଳେ ୱେଷ୍ଟଇଣ୍ଡିଜ୍ ପାକିସ୍ତାନକୁ ହରାଇ ଅଭିଯାନ ଆରମ୍ଭ କରିଛି।

ଅଷ୍ଟ୍ରେଲିଆ ଏକାଦଶ: ଆରୋନ୍ ଫିଞ୍ଚ୍ (ଅଧିନାୟକ), ଡେଭିଡ୍ ୱାର୍ଣ୍ଣର, ଉସମାନ୍ ଖୱାଜା, ଷ୍ଟିଭ୍ ସ୍ମିଥ୍, ଗ୍ଲେନ୍ ମ୍ୟାକ୍ସୱେଲ, ମାର୍କସ୍ ଷ୍ଟୋଇନିସ୍, ଆଲେକ୍ସ କ୍ୟାରି (ୱିକେଟକିପର), ନେଥନ କୁଲ୍ଟର-ନାଇଲ୍, ପ୍ୟାଟ୍ କମିନ୍ସ, ମିଚେଲ୍ ଷ୍ଟାର୍କ, ଆଡାମ ଜାମ୍ପା।

ୱେଷ୍ଟଇଣ୍ଡିଜ୍ ଏକାଦଶ: କ୍ରିସ୍ ଗେଲ୍, ଏଭିନ୍ ଲୁଇସ୍, ଶାଇ ହୋପ୍ (ୱିକେଟକିପର), ନିକୋଲାସ ପୂରାନ୍, ଶିମରନ୍ ହେଟମେୟର, ଜେସନ୍ ହୋଲ୍ଡର (ଅଧିନାୟକ), ଆନ୍ଦ୍ରେ ରସେଲ୍, କାର୍ଲସ୍ ବ୍ରାଥୱେଟ୍, ଆଶଲେ ନର୍ସ, ଶେଲଡନ୍ କଟ୍ଟରେଲ୍, ଓଶାନି ଟମାସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos