ଜାକାର୍ତା: ଜାପାନର ଜାକାର୍ତାଠାରେ ଚାଲିଥିବା ୱାର୍ଲ୍ଡ ବ୍ୟାଡମିଣ୍ଟନ୍ ଚାମ୍ପିଅନସିପର କ୍ୱାର୍ଟର ଫାଇନାଲରେ ପହଞ୍ଚିଛନ୍ତି ସାଇନା ନେହୱାଲ୍ ଓ ପିବି ସିନ୍ଧୁ। ସାଇନା ଜାପାନର ସାୟାକା ତାକାହାଶୀଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିବା ବେଳେ ସିନ୍ଧୁ ବିଶ୍ୱର ତିନି ନମ୍ବର ଝୁରେଇଙ୍କୁ ହରାଇ ସମସ୍ତଙ୍କୁ ଚକିତ କରି ଦେଇଛନ୍ତି।
ଗୁରୁବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ପି.ବି ସିନ୍ଧୁ ଅଲିମ୍ପିକ୍ ଚାମ୍ପିଅନ ତଥା ବିଶ୍ୱର ପୂର୍ବତନ ଏକ ନମ୍ବର ମାନ୍ୟତାପ୍ରାପ୍ତ ଖେଳାଳି ଝୁରେଇଙ୍କୁ ୨୧-୧୭, ୧୪-୨୧ ଓ ୨୧-୧୭ରେ ହରାଇ ଦେଇଥିଲେ। ୨୦୧୩ ଓ ୨୦୧୪ରେ ୱାର୍ଲ୍ଡ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ବ୍ରୋଞ୍ଜ୍ ପଦକ ଜିତିଥିବା ସିନ୍ଧୁ କ୍ୱାର୍ଟର ଫାଇନାଲରେ ବିଶ୍ୱର ଆଠ ନମ୍ବର ମାନ୍ୟତାପ୍ରାପ୍ତ ଦକ୍ଷିଣ କୋରିଆର ସୁଙ୍କ୍ ଜି ହ୍ୟୁନଙ୍କୁ ଭେଟିବେ। ଯଦି ସେ କ୍ୱାର୍ଟର ଫାଇନାଲ୍ ଜିତି ଯାଆନ୍ତି, ତା’ହେଲେ ସେ ଏହି ଚାମ୍ପିଅନସିପରେ ନିଜ ପାଇଁ ବ୍ରୋଞ୍ଜ ପଦକଟିଏ ନିଶ୍ଚିତ କରିପାରିବେ।
ସେହିଭଳି ସାଇନା ୧୪ ନମ୍ବର ମାନ୍ୟତାପ୍ରାପ୍ତ ତଥା ଜାପାନର ସାୟାକା ତାକାହାଶୀଙ୍କୁ ୨୧-୧୮, ୨୧-୧୪ରେ ହରାଇ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।