ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯ ବର୍ଷରୁ କମ୍ ବିଶ୍ୱକପ କ୍ରିକେଟ୍ ଫାଇନାଲ ମ୍ୟାଚ୍ ନ୍ୟୁଜିଲାଣ୍ଡର ମାଉଣ୍ଟ ମୌଙ୍ଗାନୁଇରେ ଖେଳାଯାଉଛି। ଦୁଇ ଶକ୍ତିଶାଳୀ ଦଳ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଛି କଡ଼ା ମୁକାବିଲା। କଂଗାରୁ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି। ଶେଷ ଖବର ସୁଦ୍ଧା ଅଷ୍ଟ୍ରେଲିଆ ୪ ୱିକେଟ୍ ହରାଇ କରିଛି ୧୬୩ ରନ୍। ଭାରତର ଇଶାନ ପୋରେଲଙ୍କୁ ୨ଟି ୱିକେଟ ମିଳିଥିବାବେଳେ କମଲେଶ ନଂଗରକୋଟି ଓ ଅନୁକୁଲ ରୟଙ୍କୁ ଗୋଟିଏ ଲେଖାଏଁ ୱିକେଟ୍ ମିଳିଛି। ଟୁର୍ଣ୍ଣାମେଣ୍ଟରେ ଫୁଲ୍ ଫର୍ମରେ ଥିବା ଭାରତୀୟ ଯୁବ ଦଳ ଟାଇଟଲ ହାତେଇବା ଲକ୍ଷ୍ୟରେ ରହିଛି। ଏହା ପୂର୍ବରୁ ଗ୍ରୁପ୍ ଷ୍ଟେଜର ପ୍ରଥମ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୦୦ ରନରେ ହରାଇ ସାରିଥିବା ଟିମ୍ ଇଣ୍ଡିଆର ପଲା ଭାରି ରହିଛି। ଦଳର ଉଭୟ ବ୍ୟାଟ୍ସମ୍ୟାନ ଓ ବୋଲର୍ ଆକର୍ଷଣୀୟ ଫର୍ମରେ ଅଛନ୍ତି। ୧୯ ବର୍ଷରୁ କମ୍ ବିଶ୍ୱକପରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ଟି ମ୍ୟାଚ ଖେଳାଯାଇଛି। ଏଥିରୁ ଭାରତ ୩ଟିରେ ଜିତିଥିବା ବେଳେ ୨ଟିରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।