ନର୍ଥ ସାଉଣ୍ଡ୍: ଋଦ୍ଧିମାନ ସାହା ଓ ଶିବମ୍ ଦୁବେଙ୍କ ଅର୍ଦ୍ଧଶତକ ବଳରେ ଭାରତ-ଏ ଏଠାରେ ଚାଲିଥିବା ୱେଷ୍ଟଇଣ୍ଡିଜ୍-ଏ ବିପକ୍ଷ ପ୍ରଥମ ଅନଅଫିସିଆଲ୍ ଟେଷ୍ଟରେ ଇନିଂସ୍ ଅଗ୍ରଣୀ ହାସଲ କରିଛି। ୱେଷ୍ଟଇଣ୍ଡିଜର ୨୨୮ ରନ୍ ଜବାବରେ ଭାରତ-ଏ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ପ୍ରଥମ ଇନିଂସରେ ୮ ୱିକେଟ୍ ହରାଇ ୨୯୯ ରନ୍ କରିଛି।
ଫଳରେ ୨ ୱିକେଟ୍ ବାକି ଥାଇ ୭୧ ରନରେ ଆଗୁଆ ହୋଇଛି। ଦ୍ୱିତୀୟ ଦିବସରେ ଭାରତ ୧୫୮ ରନରେ ୫ ୱିକେଟ୍ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ସାହା ଓ ଦୁବେ ଷଷ୍ଠ ୱିକେଟ୍ ପାଇଁ ୧୨୪ ରନ୍ ଯୋଡ଼ି ଭାରତକୁ ଭଲ ସ୍ଥିତିରେ ପହଞ୍ଚାଇଥିଲେ। ଦୁବେ ୭୧ (୭ ଚୌକା, ୪ ଛକା) ରନ୍ କରି ଆଉଟ୍ ହୋଇଥିଲେ।
ଷ୍ଟମ୍ପ ଅପସାରଣ ବେଳକୁ ସାହା ୬୧ ରନ୍ କରି ଅପରାଜିତ ଥିଲେ। ଭାରତର ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପ୍ରିୟଙ୍କ ପାଞ୍ଚାଲ୍ ୪୯, ଅଭିମନ୍ୟୁ ଈଶ୍ୱରନ୍, ଶୁବମାନ୍ ଗିଲ୍ ୪୦ ଓ କ୍ୟାପଟେନ୍ ହନୁମା ବିହାରୀ ୩୧ ରନ୍ କରି ଆଉଟ୍ ହୋଇଥିଲେ। ୱେଷ୍ଟଇଣ୍ଡିଜ୍-ଏ ପକ୍ଷରୁ କମିନ୍ସ ୩ଟି, ୱାରିକାନ୍ ଓ କର୍ନୱାଲ୍ ୨ଟି ଲେଖାଏ ୱିକେଟ୍ ହାସଲ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ଠେଲା ପେଲା ହୋଇଥିଲା। ଏଥିରେ ଦୁଇ ଜଣ ବିଜେପି ସାଂସଦ ଆହତ ହୋଇଥିଲେ।
National
ଛତିଶଗଡ଼ ମହିଳା ଯୋଜନାର ହିତାଧିକାରୀ ସନ୍ନି ଲିଓନି, ମାସିକ ଭତ୍ତା ହଜାରେ
ଛତିଶଗଡ଼ ସରକାର ବିବାହିତ ମହିଳାଙ୍କୁ ମହତାରି ବନ୍ଦନ ଯୋଜନାରେ ପ୍ରତି ମାସରେ ୧୦୦୦ ଟଙ୍କା ଦିଅନ୍ତି। ଏହାର ହିତାଧିକାରୀ ତାଳିକାରେ ରହିଛି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାଁ।
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।