ଚଳିତବର୍ଷ ଯୁକ୍ତ ୨ କଳାରେ ୨ ଲକ୍ଷରୁ ଅଧିକ ଓ ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ଯୋଜନା ରଖାଯାଇଥିଲା । ତେବେ ପରିଷଦର ଦୁଇ କର୍ମଚାରୀଙ୍କୁ କରୋନା ହେବା ପରେ ତାରିଖକୁ ସେପ୍ଟେମ୍ବର ପ୍ରଥମ ସପ୍ତାହକୁ ଘୁଞ୍ଚାଯାଇଥିଲା।
ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି। ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।