ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଥର ଜାଗର ଦିନ ମନ୍ଦିର ପରିସରରେ ଓ ବାହାରେ ଗହଳି ନ କରିବାକୁ ନିର୍ଦ୍ଦେଶ ରହିଛି । ମେଳା ବସିବା ଉପରେ ମଧ୍ୟ କଟକଣା ଜାରି କରିଛନ୍ତି SRC । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC ।
ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରି । ଏଥିନିମନ୍ତେ ଆଜିଠୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୁଲିସ୍ କର୍ମଚାରୀଙ୍କ କୋଭିଡ ଟେଷ୍ଟ ଆରମ୍ଭ ହୋଇଛି ।
ସୂଚନାଯୋଗ୍ୟ, ପୂର୍ବରୁ ଜାଗରରେ ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଥିଲା। ଚଳିତ ବର୍ଷ ରାତି ୧୦ଟା ପରେ ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁ କିଭଳି ମନ୍ଦିରରୁ ବାହାରିବେ ସେ ଦିଗ ଉପରେ ବିଶେଷ ଧ୍ୟାନ ଦିଆଯିବ।
ବର୍ଷକରେ ଗୋଟିଏ ଦିନ ପଙ୍କଉଦ୍ଧାର ଏକାଦଶୀ ଦିନ ମାନସିକଧାରୀ ଓ ଶ୍ରଦ୍ଧାଳୁ ଗମ୍ଭୀରାକୁ ଯାଇ ଶ୍ରୀଲୋକନାଥଙ୍କ ଦର୍ଶନର ସୁଯୋଗ ପାଇଥାନ୍ତି। ଚଳିତ ବର୍ଷ କିନ୍ତୁ ଭକ୍ତଙ୍କୁ ଏହି ସୁଯୋଗ ମିଳିବ ନାହିଁ।
ମହାଶିବରାତ୍ରି ପାଇଁ ମଧ୍ୟ କଟକଣା ଲାଗୁ କରାଯାଇଛି। ବାହାର ଦୀପ ଦୋକାନୀ ଆସିପାରିବେ ନାହିଁ । ଭଜନ ସମାରୋହ ଉପରେ କଟକଣା ଜାରି କରାଯାଇଛି । ଶ୍ରୀଲୋକନାଥଙ୍କ ମନ୍ଦିରକୁ ପ୍ରବେଶ ସ୍ଥାନରେ ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ସହ ସାମାଜିକ ଦୂରତା ଏବଂ ମାସ୍କ ବ୍ୟବହାର ବାଧ୍ୟତାତାମୂଳକ ରହିଛି । ଜାଗର ଯାତ୍ରା ଦିନ ରାତ୍ର ୧୨ଟା ପରିବର୍ତ୍ତେ ଭୋର ୪ ଟାରୁ ଦର୍ଶନ ଆରମ୍ଭ ହୋଇ ରାତ୍ର ୧୨ଟା ପର୍ଯ୍ୟନ୍ତ ଚାଲିବ। ଲୋକନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ,ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ଆସନ୍ତା ୧୧ ତାରିଖ ସକାଳ ୬ଟାରୁ ୧୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହି ୧୪୪ ଧାରା ବଳବତ୍ତର ରହିବ । କେବଳ ପୀଠରେ ପୂଜକମାନଙ୍କ ଦ୍ୱାରା ନୀତିକାନ୍ତି କରାଯାଇ ରାତି ୧୨ଟା ପରେ ଉଠିବ ମହାଦୀପ।
ଆଠଗଡ଼ ଉପଜିଲ୍ଲାପାଳ ଓ ପୂଜକଙ୍କୁ ନେଇ ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ଆଠଗଡ ଉପଜିଲ୍ଲାପାଳ, ପୂଜକ ସମିତି ସଭାପତି, ସଂପାଦକ, ଚୌଦ୍ବାର SDPOଙ୍କ ସହ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗ ଦେଇଥିଲେ ।