୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ‘ୱେଲ୍‌ମାର୍କଡ୍‌ ଲୋ ପ୍ରେସର’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଜୁଆରିଆ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଗତ  ୨୪ ଘଣ୍ଟା ଭିତରେ […]

rain in odisha

rain in odisha

Rakesh Mallick
  • Published: Tuesday, 16 August 2016
  • Updated: 16 August 2016, 08:32 PM IST

Sports

Latest News

rain in odishaଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ‘ୱେଲ୍‌ମାର୍କଡ୍‌ ଲୋ ପ୍ରେସର’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଜୁଆରିଆ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଗତ  ୨୪ ଘଣ୍ଟା ଭିତରେ କେନ୍ଦୁଝର ତେଲକୋଇରେ ସର୍ବାଧିକ ୧୩୧.୩ ମିଲିମିଟର ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି।

ଏ ସମ୍ପର୍କରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି, “ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କଡ୍‌ ହୋଇ ଆଜି ଓ ଆସନ୍ତା କାଲି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହେବ”।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos