ଭଦ୍ରକ:(ଓଡ଼ିଶା ରିପୋର୍ଟର) ବନ୍ତ ବ୍ଲକ ଅଫିସ୍ ଭିତରେ ପଶି ମାରପିଟ କଲେ ମହିଳା ମହାସଂଘ ସଦସ୍ୟା। ୨୦ରୁ ଅଧିକ ସଦସ୍ୟା ପଶି ଅଫିସ ଭିତରେ ଭଙ୍ଗାରୁଜା କରିବା ସହ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣାରେ ୨ଜଣ ବ୍ଲକ କର୍ମଚାରୀଙ୍କ ସମେତ ୪ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।
ମହାସଂଘର ସଭାନେତ୍ରୀ ଓ ସଂପାଦକଙ୍କୁ ବହିଷ୍କାର ପ୍ରତିବାଦରେ ସଦସ୍ୟାମାନେ ଅଫିସ ଭିତରେ ପଶି ଏଭଳି ଲଙ୍କା କାଣ୍ଡ ଘଟାଇଛନ୍ତି। ମହିଳା ମହାସଂଘ ସଦସ୍ୟାଙ୍କ ମାଡ଼ରେ ବିପିଏମ୍, ଓଏଲ୍ଏମ୍ ଏବଂ ୪ ପୋଲିସ କର୍ମଚାରୀଙ୍କୁ ଲହୁଲୁହାଣ ହୋଇଥିବା ଅଭିଯୋଗ ହୋଇଛି।
ଖବର ଅନୁସାରେ, ବହିଷ୍କାର ପ୍ରତିବାଦରେ ମହାସଂଘ ସଦସ୍ୟାମାନେ ଆଜି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ପ୍ରଦର୍ଶନ ଧୀରେ ଧୀରେ ତୀବ୍ର ରୂପ ନେବାରୁ ମହାସଂଘର ମହିଳାମାନେ ବ୍ଲକ ଅଫିସ୍ ଭିତରେ ପଶି ଭଙ୍ଗାରୁଜା କରିବା ସହିତ ମାରପିଟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।