Advertisment

ଓଡ଼ିଶାରେ କେନ୍ଦ୍ର କୃଷିମନ୍ତ୍ରୀ ରାଧାମୋହନ ସିଂହ

ଭୁବନେଶ୍ୱର: ମୋଦିଙ୍କ ଗସ୍ତକୁ ନେଇ ବିଜେପି ଶିବିର ଚଳଚଞ୍ଚଳ ଥିବା ବେଳେ ଆଜି ଓଡ଼ିଶା ଆସିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ରାଧାମୋହନ ସିଂ। ସେ ସକାଳ ପ୍ରାୟ ଦଶଟା ବେଳେ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଓୟୁଏଟିରେ ଆୟୋଜିତ କୃଷି ସମୀକ୍ଷା ବୈଠକରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେ ରାଜ୍ୟର ଦଳୀୟ ନେତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ବରଗଡ଼ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।  ସେ ରାଜ୍ୟ କୃଷିମନ୍ତ୍ରୀ ପ୍ରଦୀପ […]

ଅଦ୍ୟତନ ହୋଇଛି
ଓଡ଼ିଶାରେ କେନ୍ଦ୍ର କୃଷିମନ୍ତ୍ରୀ ରାଧାମୋହନ ସିଂହ

minister

Advertisment

ଭୁବନେଶ୍ୱର: ମୋଦିଙ୍କ ଗସ୍ତକୁ ନେଇ ବିଜେପି ଶିବିର ଚଳଚଞ୍ଚଳ ଥିବା ବେଳେ ଆଜି ଓଡ଼ିଶା ଆସିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ରାଧାମୋହନ ସିଂ। ସେ ସକାଳ ପ୍ରାୟ ଦଶଟା ବେଳେ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଓୟୁଏଟିରେ ଆୟୋଜିତ କୃଷି ସମୀକ୍ଷା ବୈଠକରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ସେ ରାଜ୍ୟର ଦଳୀୟ ନେତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ବରଗଡ଼ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।  ସେ ରାଜ୍ୟ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଓଡ଼ିଶାକୁ ମରୁଡ଼ି ସହାୟତା ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କାରଣ ପ୍ରଥମେ କେନ୍ଦ୍ର ସରକାର ରାଜ୍ୟକୁ ମରୁଡ଼ି ସହାୟତା ବାବଦକୁ ୮୧୫ କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ। କିନ୍ତୁ ପରେ ଏଥିରୁ ୨୧୪ କୋଟି ଟଙ୍କା କାଟି ଦିଆଯିବ ବୋଲି ଚିଠି ଲେଖି ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି। କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ ଏନେଇ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ନିକଟରେ ଆପତ୍ତି ଉଠାଇ ପାରନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe