ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା୩୦ ମିନିଟରେ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଉପସ୍ଥିତ ରହି ଏକ ରିପୋର୍ଟ ଉପସ୍ଥାପନ କରିବେ। ସେହିପରି ପଞ୍ଚଦଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନର ସତ୍ରାବସାନ ସହ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଶକ୍ତି, ଗୃହ ଓ ନଗର ଉନ୍ନୟନ, […]

Naveen (1)

Rakesh Mallick
  • Published: Tuesday, 28 June 2016
  • , Updated: 28 June 2016, 08:17 AM IST

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା୩୦ ମିନିଟରେ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଉପସ୍ଥିତ ରହି ଏକ ରିପୋର୍ଟ ଉପସ୍ଥାପନ କରିବେ। ସେହିପରି ପଞ୍ଚଦଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନର ସତ୍ରାବସାନ ସହ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଶକ୍ତି, ଗୃହ ଓ ନଗର ଉନ୍ନୟନ, ଶିଳ୍ପ, ଅର୍ଥ ଓ ସାଧାରଣ ପ୍ରଶାସନ ବିଭାଗରେ ମୋଟ ୧୧ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ ମୋହର ଲାଗିବାର ସମ୍ଭାବନା ରହିଛି।

Related story