ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ: ୩ ମୃତ, ୩ ଗୁରୁତର

ସୋର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କୁକୁରା ବଜାର ନିକଟରେ ଆଜି ଭୋରରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଆମ୍ବୁଲାନ୍ସଟିଏ ଧକ୍କା ଦେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ପଶ୍ଚିମ ବଙ୍ଗର ମେଦିନାପୁରକୁ ଯାଉଥିଲା। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କର ଭଦ୍ରକ ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ତିନି ଗୁରୁତରଙ୍କୁ ମଧ୍ୟ ଭଦ୍ରକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।