କଟକ: ଆଜିଠାରୁ ପୋଲିସ ରିମାଣ୍ଡରେ ଯାଇଛନ୍ତି ସାଲେପୁର ଆନନ୍ଦ ଆତ୍ମା ଆଶ୍ରମ ପରିସରରେ ଯୁବକଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଆନନ୍ଦ ଆତ୍ମା ବାବା ଓରଫ୍ ଆଲୋକ ବିଷୋୟୀ। ତାଙ୍କୁ ଦୁଇ ଦିନ ଲାଗି ରିମାଣ୍ଡରେ ନେଇଛି ସାଲେପୁର ପୋଲିସ।
ଗତକାଲି ପୋଲିସ ଆଲୋକଙ୍କୁ ସାଲେପୁର ଜେଏମଏଫସି କୋର୍ଟରେ ହାଜର କରି ୩ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। କୋର୍ଟ ୨ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ। ରବିବାର ପୋଲିସ ଫରେନସିକ୍ ଟିମ୍ ସହ ଆଶ୍ରମକୁ ଯାଇ ଛାନ୍ ଭିନ୍ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ କଟୁରୀ ଓ ଠେଙ୍ଗା ଜବତ କରିଥିଲା। ପୋଲିସର କହିବା ଅନୁସାରେ ଶନିବାର ଦିନ ୨ଟାରୁ ୩ଟା ମଧ୍ୟରେ ପାଖ ଗାଁରେ ପାନଦୋକାନ କରିଥିବା ଅଶୋକ ଅନ୍ୟ ୩ ଜଣଙ୍କ ସହ ଆଶ୍ରମରେ ପହଞ୍ଚିଥିଲେ। ସେଠାରେ ଆଲୋକଙ୍କ ସହ ତାଙ୍କର ଦୁଇ ପୁତୁରା ଓ ଅନ୍ୟ ଜଣେ ଉପସ୍ଥିତ ଥିଲେ। କୌଣସି କାରଣରୁ ସେମାନଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଅଶୋକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଆଶ୍ରମ ପରିସରରୁ ଜବତ ହୋଇଥିଲା। ଆଲୋକ ଗିରଫ ହୋଇଥିବା ବେଳେ ତାଙ୍କ ଦୁଇ ପୁତୁରା ଓ ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଲୋକ ବିଷୋୟୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।