କେନ୍ଦୁଝର: ପୃଥକ ଦୁର୍ଘଟଣାରେ ଜଣେ ମୃତ, ୮ ଆହତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଟ୍ରାକ୍ଟର ଓଲଟି ପଡିବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଆହତ ହୋଇଛନ୍ତି। କଲରାଗଡ଼ିଆ ଛକ ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଟ୍ରାକ୍ଟରରେ ବସି କିଛି ଶ୍ରମିକ କାମକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ସେହିପରି ଗୋହିରା ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟିବାରୁ ୬ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ସେମାନଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ […]

car

Rakesh Mallick
  • Published: Friday, 24 February 2017
  • , Updated: 24 February 2017, 01:29 PM IST

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଟ୍ରାକ୍ଟର ଓଲଟି ପଡିବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୨ ଜଣ ଆହତ ହୋଇଛନ୍ତି। କଲରାଗଡ଼ିଆ ଛକ ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଟ୍ରାକ୍ଟରରେ ବସି କିଛି ଶ୍ରମିକ କାମକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

ସେହିପରି ଗୋହିରା ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟିବାରୁ ୬ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ସେମାନଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଶିଶୁର ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଜଟଣୀ ଅଞ୍ଚଳର ବୋଲି ଜଣାପଡ଼ିଛନ୍ତି। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Related story