ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପ ଝିପ ବର୍ଷା ହେଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ବିଭାଗ ପକ୍ଷରୁ  କୁହାଯାଇଛି।