ଆସନ୍ତାକାଲିଠାରୁ ଜାରି ରହିବ ବର୍ଷା

ଭୁବନେଶ୍ୱର: ଉତ୍ତର-ରାଜସ୍ଥାନରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାର ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ରହିଥିବାରୁ ଆସନ୍ତାକାଲିଠାରୁ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ଆସିବା ପରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ […]

rain

Rakesh Mallick
  • Published: Sunday, 26 June 2016
  • , Updated: 26 June 2016, 11:03 AM IST

ଭୁବନେଶ୍ୱର: ଉତ୍ତର-ରାଜସ୍ଥାନରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାର ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ରହିଥିବାରୁ ଆସନ୍ତାକାଲିଠାରୁ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମୌସୁମୀ ଆସିବା ପରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିଛି। ଜୟପୁରରେ ସର୍ବାଧିକ ୬୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କୋରାପୁଟରେ ୪୬.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିଥିବା ବେଳେ ଉକପୂଳ ଓଡ଼ିଶାରେ ଆଜି ପର୍ଯ୍ୟନ୍ତ ମୌସୁମୀର ଦେଖା ମିଳି ନାହିଁ। ଆସନ୍ତା ୨୭ ଓ ୨୮  ତାରିଖରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ଏବଂ ତା’ପରେ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related story