ଆସନ୍ତାକାଲି ଆସୁଛନ୍ତି ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଏହି ଗସ୍ତକାଳରେ ରାଷ୍ଟ୍ରପତି ଭୁବନେଶ୍ୱର, ଖୋର୍ଦ୍ଧାର ରାମେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ଆସନ୍ତାକାଲି ଦିନ ୧ଟା୪୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧାସଳଖ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱରକୁ ଯାଇ ସେଠାକାର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ। ରାମେଶ୍ୱର କାର୍ଯ୍ୟକ୍ରମ ପରେ ସେ ପୁରୀ ରାଜଭବନକୁ ଯିବେ। ସନ୍ଧ୍ୟାରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ […]

pranabmukharjee

Rakesh Mallick
  • Published: Thursday, 06 August 2015
  • , Updated: 06 August 2015, 05:19 PM IST

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଏହି ଗସ୍ତକାଳରେ ରାଷ୍ଟ୍ରପତି ଭୁବନେଶ୍ୱର, ଖୋର୍ଦ୍ଧାର ରାମେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ଆସନ୍ତାକାଲି ଦିନ ୧ଟା୪୫ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସିଧାସଳଖ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱରକୁ ଯାଇ ସେଠାକାର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ। ରାମେଶ୍ୱର କାର୍ଯ୍ୟକ୍ରମ ପରେ ସେ ପୁରୀ ରାଜଭବନକୁ ଯିବେ। ସନ୍ଧ୍ୟାରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତି ରାତିରେ ପୁରୀ ରାଜଭବନରେ ରାତ୍ରିଯାପନ କରିବେ।  ୮ ତାରିଖ ପୂର୍ବାହ୍ନରେ କଟକ ଯାଇ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ଫେରି ଭୁବନେଶ୍ୱର ରାଜଭବନରେ ବିଶ୍ରାମ ନେବେ। ଏହାପରେ ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର, ରାମେଶ୍ୱର, କଟକ ଓ ପୁରୀ ସବୁଠୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Related story