ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲ କ୍ଷୀରଚୋରା ଆରଆଇ ଅଗସ୍ତି ପଟ୍ଟନାୟକଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅଧିକାରୀମାନେ ବାଲେଶ୍ୱରରେ ଥିବା ତାଙ୍କର ୨ଟି ଘର, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛନ୍ତି।
ଅଗସ୍ତିଙ୍କ କୋଟି କୋଟି ଟଙ୍କାର ସ୍ଥାବର, ଅସ୍ଥାବର ସମ୍ପତ୍ତି ଠାବ ହୋଇଛି। ବାଲେଶ୍ୱରର ପଢୁଆଁପଦା ଘରର ମୂଲ୍ୟ ୯୦ ଲକ୍ଷ ଟଙ୍କା ଆକଳନ କରାଯାଇଛି। ସ୍ଥାବର , ଅସ୍ଥାବର ସମ୍ପତ୍ତିକୁ ମିଶାଇ ମୋଟ ଦେଢ କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଚଢାଉ ଜାରି ରହିଥିବାରୁ ସମ୍ପତ୍ତିର ପରିମାଣ ଆହୁରି ବଢିବ ବୋଲି ଭିଜିଲାନ୍ସ ଏସ୍ପି ସୁନୀଲ କୁମାର ସେନାପତି କହିଛନ୍ତି।
ଅଗସ୍ତି ରହୁଥିବା ପଢୁଆଁପଦାର ୨ ମହଲା ଘର, ନିଳିଆବଗରେ ଭଡା ଦିଆଯାଇଥିବା ଘର, ଭୋଗରାଇ ବ୍ଲକ ଦେଉଳହାଟରେ ଥିବା ଶ୍ୱଶୁର ଘର, ଅଲାଲବିନ୍ଧାରେ ଥିବା ପୈତୃକ ଘର ଓ ଆରଆଇ ଅଫିସ୍ରେ ଚଢାଉ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।