ବାଲେଶ୍ୱର: ବାଲେଶ୍ୱରର ଜଣେ ସାମ୍ୱାଦିକଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଡ଼କାୟତମାନେ ୧୦ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା ସହ ନଗଦ ୩୫ହଜାର ଟଙ୍କା ଓ ଏକ କାର ଲୁଟି ନେଇଛନ୍ତି। ଘରମାଲିକ ସତ୍ୟଶିବ ଦାଶଙ୍କ ସୂଚନା ଅନୁସାରେ ଗତକାଲି ରାତି ପ୍ରାୟ ଦେଢଟାରେ ୭ଜଣ ଡ଼କାୟତ ଗେଟ୍ ଡେଇଁ ଘରକୁ ପଶିଥିଲେ। ଘରେ ଶୋଇଥିବା ତାଙ୍କ ମା' ଓ ଝିଆରିଙ୍କୁ ମାଡ଼ ମାରି ଭୁଜାଲି ଦେଖାଇ ଭୟଭୀତ କରିଥିଲେ। ଫଳରେ ସତ୍ୟଶିବ ଘରେ ଥିବା ସମସ୍ତ ଗହଣା ଓ ଟଙ୍କା ଦେଇଥିଲେ। ରାତି ୨ଟା ୧୫ରେ ଡ଼କାୟତମାନେ ସମସ୍ତଙ୍କୁ ବାନ୍ଧିଦେଇ ମୋବାଇଲ ଓ କାର ନେଇ ଫେରାର ହୋଇଥିବା ସତ୍ୟଶିବ ଅଭିଯୋଗ କରିଛନ୍ତି। ବାଲେଶ୍ୱର ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କେମିତି ନାକ ଫୁଲ ଯୋଗୁ ଧରାପଡ଼ିଲେ ହତ୍ୟାକାରୀ?
ମହିଳା ଜଣଙ୍କ ନାକରେ ପିନ୍ଧିଥିବା ଗୋଟିଏ ସୁନା ପିନ୍ ବା ନାକ ଫୁଲ ସହାୟତାରେ ପୁଲିସ୍ ପୂରା ଘଟଣା ଉପରୁ ପରଦା ହଟାଇବାକୁ ସକ୍ଷମ ହୋଇଛି।

Crime
ପୁଲିସ ବିଭାଗରେ ଟେଣ୍ଡର ଅନିୟମିତତା: ସିଏଜିଙ୍କ ଆପତ୍ତି ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ, ୬କୋଟି ଟଙ୍କା କ୍ଷତି
ରାଜ୍ୟରେ ସିସିଟିଏନଏସ( କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ ନେଟୱାର୍କ ଆଣ୍ଡ ସିଷ୍ଟମ) ପାଇଁ ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ ନିମନ୍ତେ ରାଜ୍ୟ ପୁଲିସର ‘ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ’(ଏସସିଆରବି) ୨୦୨୧ ନଭେମ୍ବର ମାସରେ ଡାକିଥିବା ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଏକ ନିର୍ଦ୍ଦିଷ୍ଟ ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇଥିବାକୁ ନେଇ ସିଏଜି ଆପତ୍ତି ଉଠାଇଛନ୍ତି ।

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।