ବାରିପଦାରେ ଜଣେ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ

ବାରିପଦା: ଆଜି ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଉଛନ୍ତି ବାରିପଦା ବଡ଼ସାହି ରତନପୁର ଗାଁର ଶିବ ଶଙ୍କର ସିଂ। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ କିଛି ଦିନ ହେବ ସେ ଚିନ୍ତାରେ ଥିଲେ। ପରିବାର ଭରଣ ପୋଷଣ ଓ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଗତକାଲି ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଶିବ ଶଙ୍କର […]

bjp

Rakesh Mallick
  • Published: Thursday, 12 November 2015
  • , Updated: 12 November 2015, 06:36 AM IST

ବାରିପଦା: ଆଜି ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଉଛନ୍ତି ବାରିପଦା ବଡ଼ସାହି ରତନପୁର ଗାଁର ଶିବ ଶଙ୍କର ସିଂ। ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ଫସଲ ଉଜୁଡି ଯିବାରୁ କିଛି ଦିନ ହେବ ସେ ଚିନ୍ତାରେ ଥିଲେ। ପରିବାର ଭରଣ ପୋଷଣ ଓ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଗତକାଲି ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ମୃତ ଶିବ ଶଙ୍କର ଜଣେ ଭାଗ ଚାଷୀ। ଗାଁରୁ ହାତ ଉଧାରି କରି୨ ମାଣ ଜମିରେ ଚାଷ କରିଥିଲେ। ଫସଲ ଉଜୁଡି ଯିବାରୁ ଏହି ଟଙ୍କା କିପରି ଶୁଝିବେ ସେହି ଚିନ୍ତାରେ ଥିଲେ। ଗତକାଲି ଏ ନେଇ ବାପାଙ୍କ ସହ ଶିବ ଶଙ୍କରଙ୍କ କଥାକଟା କଟି ହୋଇଥିଲା। ଏହାପରେ ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବରପାଇ ସ୍ଥାନୀୟ ପୋଲିସ ଓ ତହସିଲଦାର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ,ଗତକାଲି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗୋଡ଼ା ଗାଁର ଯୁଗଳ ବାଗ ସିଂ ନାମକ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ଶ୍ରୀଧର ସେଠୀ ନାମକ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା।

Related story