ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଲା। ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନ ଲଢିବାକୁ ଥିବା ଆଶାୟୀ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସକାଳ ୯ଟାରୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିଥିଲା। ସମର୍ଥକଙ୍କ ଗହଣରେ ଶୋଭାଯାତ୍ରା କରି ଅଶାୟୀ ପ୍ରାର୍ଥୀ ନାମାଙ୍କନ ଭରିବାକୁ ଆସିଥିଲେ।  ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୮ ତାରିଖରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୨୩ ତାରିଖରେ ଭୋଟ୍ ସହ ଫଳାଫଳ ପ୍ରକାଶ ପାଇବ। ଏଥର ରାଜଧାନୀରେ ବାଣୀବିହାର, ରମାଦେବୀ, ମହର୍ଷି ଆଦି ପ୍ରମୁଖ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି।