ଭବାନୀପାଟଣା: ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ଥାନା କାଇଚୁଆଁ ଗାଁର ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗାଁ ପାଖ ନାଳରୁ ଆଜି ପୋଲିସ ମୃତଦେହ ଉଦ୍ଧାର କରିବା ସହ ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଗତ ୧୯ ତାରିଖରୁ ସେ ନିଖୋଜ ଥିବା ନେଇ ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ।