ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ସପ୍ତାହ। ପ୍ରଥମ ସପ୍ତାହରେ ବିଧାନସଭା ଠିକ୍ ଭାବେ ଚାଲି ପାରି ନ ଥିବା ବେଳେ ଆଜିଠାରୁ ଗୃହ କାର୍ଯ୍ୟ ସ୍ୱାଭାବିକ ହେବା ଆଶା କରାଯାଉଛି। ଶନିବାର ଗୃହ ପରିଚାଳନା ନେଇ ହୋଇଥିବା ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଆଜି ଗୃହରେ ସାରଥି ପ୍ରସଙ୍ଗରେ ମୁଲତବି ଆଲୋଚନା ହୋଇପାରେ। ପୂର୍ବରୁ ଏନେଇ ବିରୋଧୀ ଦଳ ପକ୍ଷରୁ ନୋଟିସ୍ ଦିଆଯାଇଥିଲା। ବାଚସ୍ପତି ଏହାକୁ ଅନୁମୋଦନ କରିଥିଲେ। ହେଲେ ପ୍ରକାଶ ମିଶ୍ର ପ୍ରସଙ୍ଗରେ ହୋ-ହାଲ୍ଲ ହେବାରୁ ଆଲୋଚନା ହୋଇପାରି ନ ଥିଲା। ବିରୋଧୀ ଦଳ ଏନେଇ ସରକାରଙ୍କୁ ଘେରି ପାରନ୍ତି। ଏହାଛଡ଼ା ଶନିବାର ଜମି ହଡ଼ପକାରୀଙ୍କ ବେଆଇନ୍ କାର୍ଯ୍ୟକଳାପରେ ଲଗାମ ଲଗାଇବାକୁ ଓଡ଼ିଶା ଲ୍ୟାଣ୍ଡ ଗ୍ରାବିଂ ପ୍ରୋହିବିସନ୍ ବିଲ୍ ବା ଓଡ଼ିଶା ଭୂମି ହଡ଼ପ ନିବାରଣ ବିଧେୟକ ଉପରେ ଆଲୋଚନା ହୋଇଥିଲା। ତେବେ ଏଥିରେ ଅନେକ ସଂଶୋଧନର ଆବଶ୍ୟକତା ଥିବା ବିରୋଧୀ ଦଳ ଦାବି କରିଥିଲେ। ଆଜି ବିରୋଧୀ ଦଳ ଅପରାହ୍ନରେ ସଂଶୋଧନ ପ୍ରସ୍ତାବ ଆଣିପାରନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।