ବିଜେପୁରକୁ ମିଳିଲା ଏନଏସି ମାନ୍ୟତା

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ବିଜେପୁରକୁ ଆଜି ଏନଏସି ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଧାନସଭା ନିର୍ବାଚନ ପୂର୍ବରୁ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେପୁରକୁ ଏନଏସି  ମାନ୍ୟତା ନେଇ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି।

ବିଜେପୁରରେ ଉପନିର୍ବାଚନ ନେଇ ରାଜନୀତି ସରଗରମ ରହିଛି। ପୂର୍ବତନ ବିଧାୟକ ସ୍ୱର୍ଗତ ସୁବଳ ସାହୁଙ୍କ ସ୍ତ୍ରୀ ରୀତା ସାହୁଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ।

ସୂଚନାଯୋଗ୍ୟ, ଗତ ୨୩ ତାରିଖରେ ଦିବଙ୍ଗତ କଂଗ୍ରେସ ବିଧାୟକ ସୁବଳ ସାହୁଙ୍କ ପରିବାର ଲୋକେ ବିଜେଡିରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ରୀତା ଓ ପୁଅ ସୁମିତ ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଥିଲେ। ତା’ପରଠାରୁ  ବିଜେପୁର ରାଜନୀତି ଜୋର ଧରିଛି।