ନବରଙ୍ଗପୁରରେ ୧୩୦ କୋଟି ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଗସ୍ତରେ ଯାଇ ଡାବୁଗାଁ, ଉମରକୋଟ୍ ଓ ନବରଙ୍ଗପୁରରେ ୧୩୦ କୋଟି ଟଙ୍କାର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଜୟପୁର ଯାଇଥିଲେ। ସେଠାରୁ ହେଲିକପ୍ଟରରେ ନବରଙ୍ଗପୁର ଯାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲାରେ ୪୬ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ୪ ଜଣ କଂଗ୍ରେସ କର୍ମୀଙ୍କୁ […]
ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବରଙ୍ଗପୁର ଗସ୍ତରେ ଯାଇ ଡାବୁଗାଁ, ଉମରକୋଟ୍ ଓ ନବରଙ୍ଗପୁରରେ ୧୩୦ କୋଟି ଟଙ୍କାର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନରେ ଜୟପୁର ଯାଇଥିଲେ। ସେଠାରୁ ହେଲିକପ୍ଟରରେ ନବରଙ୍ଗପୁର ଯାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲାରେ ୪୬ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଥିଲା।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ୪ ଜଣ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଥିଲା।