କଟକ: ସାରଥି ବିବାଦକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ଏବେ ଆଉ ଜଣେ ବାବାଙ୍କ ଆଶ୍ରମ ନାଁରେ ଜମି ହଡପ ଅଭିଯୋଗ ଆସିଛି। ଏପରି ଅଭିଯୋଗ କଟକ ଜିଲ୍ଲା ସାଲେପୁର ବ୍ଲକ୍ ରାମେଶ୍ୱର ଗାଁରେ ଥିବା ଆନନ୍ଦ ଆତ୍ମା ବାବାଙ୍କ ଆଶ୍ରମ ବିରୋଧରେ ଆସିଛି। ବିଭିନ୍ନ ଅନିୟମିତତା ତଥା ଆଶ୍ରମ ନାଁରେ ବେଆଇନ୍ ଜମି ହଡପ ନେଇ ସାଲେପୁର ଥାନାରେ ହୋଇଥିବା ଲିଖିତ ଅଭିଯୋଗରେ ଦର୍ଶାଯାଇଛି। କଟକ ଜିଲ୍ଲା ସିପିଆଇ ସହ ସମ୍ପାଦକ ଉଦୟ କଶରୀ ବର୍ମା ଏହି ଅଭିଯୋଗ ଆଣିଛନ୍ତି। ଅନ୍ୟପଟେ ସମାନ୍ତରାଳ ଭାବେ ସଙ୍ଖମୁହଁ ଚାହାପଡା ଗାଁର କିଛି ଲୋକ ମଧ୍ୟ ଅନୁରୂପ ଅଭିଯୋଗ ଜଗତ୍ପୁର ଥାନାରେ କରିଛନ୍ତି । ଏହାଛଡା ବାବା ମଠ ସମ୍ପତ୍ତି ବିକ୍ରି କରିବା, ନିଜକୁ ଭଗବାନ କହି ଭକ୍ତମାନଙ୍କ ଆଗରେ ବିଭିନ୍ନ ବେଶ ହୋଇ ପ୍ରବଚନ ଦେଇ ଭୁଆଁ ବୁଲାଉଥିବାର ଅଭିଯୋଗ ମଧ୍ୟ ହୋଇଛି। ତେବେ ଏସବୁ ଅଭିଯୋଗକୁ ବାବା ଖଣ୍ଡନ କରିଛନ୍ତି। ଏହା ସମ୍ପୂର୍ଣ୍ଣ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସେ କହିଛନ୍ତି। ତେବେ ତାଙ୍କୁ ଭଣ୍ଡ କହି ବଦନାମ କରିଥିବାରୁ ସର୍ବଭାରତୀୟ ସ୍ତରରେ ଶ୍ରୀ ସମ୍ପ୍ରଦାୟର ସମସ୍ତ ସାଧୁ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସେ ଧମକ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ପୁଲିସ ବିଭାଗରେ ଟେଣ୍ଡର ଅନିୟମିତତା: ସିଏଜିଙ୍କ ଆପତ୍ତି ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ, ୬କୋଟି ଟଙ୍କା କ୍ଷତି
ରାଜ୍ୟରେ ସିସିଟିଏନଏସ( କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ ନେଟୱାର୍କ ଆଣ୍ଡ ସିଷ୍ଟମ) ପାଇଁ ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ ନିମନ୍ତେ ରାଜ୍ୟ ପୁଲିସର ‘ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ’(ଏସସିଆରବି) ୨୦୨୧ ନଭେମ୍ବର ମାସରେ ଡାକିଥିବା ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଏକ ନିର୍ଦ୍ଦିଷ୍ଟ ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇଥିବାକୁ ନେଇ ସିଏଜି ଆପତ୍ତି ଉଠାଇଛନ୍ତି ।

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

Crime
କେଉଁ ଗୋଟିଏ ଭୁଲ ମୁସ୍କାନ ଓ ସାହିଲକୁ ମହଙ୍ଗା ପଡ଼ିଲା?
ସୌରଭଙ୍କୁ ହତ୍ୟା କରିବା ପରେ ଉଭୟ ଏହାକୁ ୧୫ ଖଣ୍ଡ କରି କାଟି ଦେଇଥିଲେ। ଏହାକୁ ଗୋଟିଏ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟରେ ସିଲ କରି ଦେଇଥିଲେ।