ଭୁବନେଶ୍ୱର: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯାଉଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ରୋକିବାରେ ବିଫଳ ହୋଇଛନ୍ତି। ଯାହାଫଳରେ ସାଧାରଣ ଖାଉଟି ହନ୍ତସନ୍ତ ହେଉଛନ୍ତି ବୋଲି ଦଳ ଅଭିଯୋଗ କରିଛି । କେବଳ ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରୁଛି କଂଗ୍ରେସ। ଏହି କ୍ରମରେ ଆଜି ଭୁବନେଶ୍ୱରରେ ଏଡିଏମଙ୍କ ଅଫିସ ଘେରାଉ କରିଛି ଦଳ।
ସେହିପରି କଂଗ୍ରେସ ପକ୍ଷରୁ କଟକ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦଳର ନେତା ଓ କର୍ମୀମାନେ ବିଭିନ୍ନ ସ୍ଲୋଗାନ ଦେଇ ସରକାରଙ୍କୁ ସମାଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।