ଲଘୁଚାପ ପ୍ରଭାବ: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଯାହା ବର୍ତ୍ତମାନ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି କଟକରେ ସର୍ବାଧିକ ୯୨.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୬୯.୨ ମିଲିମିଟର, ପାରାଦୀପରେ ୧୪.୫ ମିଲିମିଟର ଏବଂ ଚାନ୍ଦବାଲିରେ ୧୩.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ୨୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ଦିନ […]

rain

rain

Rakesh Mallick
  • Published: Monday, 27 June 2016
  • Updated: 27 June 2016, 03:52 PM IST

Sports

Latest News

rainଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଯାହା ବର୍ତ୍ତମାନ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି କଟକରେ ସର୍ବାଧିକ ୯୨.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୬୯.୨ ମିଲିମିଟର, ପାରାଦୀପରେ ୧୪.୫ ମିଲିମିଟର ଏବଂ ଚାନ୍ଦବାଲିରେ ୧୩.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱରରେ ୨୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ଦିନ ତମାମ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଏବେ ସୁଦ୍ଧା ମୌସୁମୀ ସକ୍ରିୟ ହୋଇ ନଥିବା ବେଳେ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ବର୍ଷାର ପରିମାଣ କମିପାରେ। ତେବେ ମୌସୁମୀ ସକ୍ରିୟ ହେବା ପରେ ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସକାଳେ ଭୁବନେଶ୍ୱରରେ ବର୍ଷା ହେବା ଫଳରେ ଆଚାର୍ଯ୍ୟ ବିହାରର ତଳିଆ ଅଞ୍ଚଳରେ କୁତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାସ୍ତାରେ ଅଣ୍ଟାଏ ଉଚ୍ଚର ପାଣି ବହିବା ସହ ବହୁ ଘର ଜଳବନ୍ଦୀ ଅବସ୍ଥାରେ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos