ଚାଲିଗଲେ ମୁସ୍ତାଫିକ୍ ଅହମ୍ମଦ

କଟକ: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ମୁସ୍ତାଫିକ୍ ଅହମ୍ମଦଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। କଟକରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି।  ଅସୁସ୍ଥତା କାରଣରୁ ପ୍ରାୟ ଅଢ଼େଇ ମାସ ହେଲା ସେ ଡାକ୍ତରଖାନାରେ ଥିଲେ।  ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ସ୍ୱାସ୍ଥ୍ୟମନ୍ତ୍ରୀ ଥିଲେ। ତାଙ୍କ ବିୟୋଗରେ ସାଂସଦ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ଏହାସହିତ ତାଙ୍କ ପରିବାରକୁ ମଧ୍ୟ ସମବେଦନା ଜଣାଇଛନ୍ତି।  ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଭାତ ତ୍ରିପାଠୀ […]

Rakesh Mallick
  • Published: Monday, 11 September 2017
  • , Updated: 11 September 2017, 12:53 PM IST

କଟକ: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ମୁସ୍ତାଫିକ୍ ଅହମ୍ମଦଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। କଟକରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି।  ଅସୁସ୍ଥତା କାରଣରୁ ପ୍ରାୟ ଅଢ଼େଇ ମାସ ହେଲା ସେ ଡାକ୍ତରଖାନାରେ ଥିଲେ।  ବିଜୁ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ସ୍ୱାସ୍ଥ୍ୟମନ୍ତ୍ରୀ ଥିଲେ।

ତାଙ୍କ ବିୟୋଗରେ ସାଂସଦ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ଏହାସହିତ ତାଙ୍କ ପରିବାରକୁ ମଧ୍ୟ ସମବେଦନା ଜଣାଇଛନ୍ତି।  ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଭାତ ତ୍ରିପାଠୀ ଓ ସମୀର ଦେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

 

Related story