ଭୁବନେଶ୍ୱର: ନଭେମ୍ୱର ପହିଲାରୁ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୪ଟି ଜିଲ୍ଲାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀ ଅବସରରେ ଖାଉଟୀମାନଙ୍କୁ ନୂଆ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ। ରାଜ୍ୟ ସଚିବାଳୟରେ ଏହି କାର୍ଡ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଏଠାରେ ଏହି ଆଇନ ପରିସରଭୁକ୍ତ ଖାଉଟିମାନଙ୍କୁ ରାସନ୍ କାର୍ଡ ବଣ୍ଟନ କରିବେ। ସେହିପରି ଜିଲ୍ଲାସ୍ତରରେ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମନ୍ତ୍ରୀମାନେ ଯୋଗଦେଇ ରାସନ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ପ୍ରଥମ ପର୍ଯ୍ୟାୟରେ ୧୪ଟି ଜିଲ୍ଲାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ହେବାକୁ ଥିବା ବେଳେ ଏହି ଜିଲ୍ଲାଗୁଡ଼ିକରେ କାର୍ଡ ବଣ୍ଟନ କରାଯିବ। ଅକ୍ଟୋବର ୩ରୁ ୮ ତାରିଖ ମଧ୍ୟରେ ୧୪ଟି ଜିଲ୍ଲାରେ ପଞ୍ଚାୟତ ସ୍ତରରେ କାର୍ଡ ବଣ୍ଟନ ସାରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅବଶିଷ୍ଟ ଜିଲ୍ଲା ଗୁଡ଼ିକରେ ଅକ୍ଟୋବର ୧୬ରୁ ୩୧ ତାରିଖ ମଧ୍ୟରେ ନୂତନ କାର୍ଡ ବଣ୍ଟନ କରିବାକୁ ନିଷ୍ପତ୍ତି ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।