ସାହିତ୍ୟିକ ଗଣେଶ୍ୱର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଗଣେଶ୍ୱର ମିଶ୍ରଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ସେ ଦୁଇ ବର୍ଷ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତକାଲି ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଯାଇଛି। ୧୯୪୨ ମସିହାରେ ଜନ୍ମ ଗ୍ରହଣ କରିଥିବା ଗଣେଶ୍ୱର ମିଶ୍ର […]

ganeswarmishra

ganeswarmishra

Rakesh Mallick
  • Published: Monday, 10 August 2015
  • Updated: 10 August 2015, 03:55 AM IST

Sports

Latest News

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଗଣେଶ୍ୱର ମିଶ୍ରଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ସେ ଦୁଇ ବର୍ଷ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତକାଲି ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଯାଇଛି। ୧୯୪୨ ମସିହାରେ ଜନ୍ମ ଗ୍ରହଣ କରିଥିବା ଗଣେଶ୍ୱର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗର ପ୍ରଫେସର ଥିଲେ।

ଅବସର ପରେ ସେ ଏକାଧିକ ଖବର କାଗଜରେ ସଂପାଦକ ଭାବେ କାର୍ଯ୍ୟ କରିଥିଲେ। ଦୈନିକ ଖବର କାଗଜ ପ୍ରମେୟର ପ୍ରତିଷ୍ଠାତା ସଂପାଦକ ରହିଥିଲେ। ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଦାୟିତ୍ୱ ମଧ୍ୟ ନିର୍ବାହ କରିଥିଲେ। ବିଦେଶର ପାଠପଢ଼ିଥିଲେ ମଧ୍ୟ ତାଙ୍କ ସାହିତ୍ୟରେ ରହିଥିଲା ଓଡ଼ିଶା ମାଟିର ବାସ୍ନା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos