ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଜଣେ କଲେଜ ଛାତ୍ରୀ ଗଣ ଦୁଷ୍କର୍ମର ଶିକାର ହୋଇଛନ୍ତି। କଲେଜରୁ ଫେରୁଥିବା ବେଳେ ୪ ଜଣ ଯୁବକ ତାଙ୍କୁ ନିଛାଟିଆ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ହେବା ପରେ ପୋଲିସ ସମ୍ପୃକ୍ତ ଯୁବକମାନଙ୍କୁ ଗିରଫ କରିଛି।</p> <p>ଛାତ୍ରୀ ଜଣକ କଲେଜରୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ବାଟରେ ଅଟକାଇ ତାଙ୍କ ଫୋନ୍ ନମ୍ବର ମାଗିଥିଲେ। ଛାତ୍ରୀ ଜଣଙ୍କ ଫୋନ୍ ନମ୍ବର ନଦେବାରୁ ଅଭିଯୁକ୍ତମାନେ ତାଙ୍କୁ ନିକଟସ୍ଥ ନଦୀ ପଠାକୁ ଜୋରଜବରଦସ୍ତ ନେଇଯାଇ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।