ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ବହୁ ସ୍ଥାନରେ ବର୍ଷା ସମ୍ଭାବନା, ୫୫ କିମି ବେଗରେ ବୋହିବ ପବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ତେବେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାକୁ ୫୫ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହାସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ […]

Rakesh Mallick
  • Published: Sunday, 27 August 2017
  • , Updated: 27 August 2017, 10:37 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ତେବେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାକୁ ୫୫ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଏହାସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Related story