ଦୀପାବଳିକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀପାବଳିକୁ ଫିକା କରିପାରେ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନର ରୂପ ନେବା ସମ୍ଭାବନା ରହିଛି। ଆସନ୍ତାକାଲି ସଂଧ୍ୟା ସୁଦ୍ଧା ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ଛୁଇଁପାରେ। ଏହାର ପ୍ରଭାବରେ ଉତ୍ତର ଓଡିଶା ଓ ଆଭ୍ୟନ୍ତର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉପକୂଳ ଅଞ୍ଚଳରେ ୪୫ରୁ ୬୫ କିମି ବେଗରେ ପବନ ବହିପାରେ। […]

rain

Rakesh Mallick
  • Published: Wednesday, 18 October 2017
  • , Updated: 18 October 2017, 10:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀପାବଳିକୁ ଫିକା କରିପାରେ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ରେସନର ରୂପ ନେବା ସମ୍ଭାବନା ରହିଛି। ଆସନ୍ତାକାଲି ସଂଧ୍ୟା ସୁଦ୍ଧା ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ଛୁଇଁପାରେ। ଏହାର ପ୍ରଭାବରେ ଉତ୍ତର ଓଡିଶା ଓ ଆଭ୍ୟନ୍ତର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉପକୂଳ ଅଞ୍ଚଳରେ ୪୫ରୁ ୬୫ କିମି ବେଗରେ ପବନ ବହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆଜି ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Related story