ଏନ୍‌ସେଫାଲାଇଟିସ୍‌ ନେଲା ଆଉ ଏକ ଜୀବନ,ମୃତ୍ୟୁ ସଂଖ୍ୟା ୧୧୪ ବୃଦ୍ଧି

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଜାପାନିଜ୍ ଏନ୍‌ସେଫାଲାଇଟିସ୍‌ରେ ଆଜି ଆଉ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ରୋଗରେ ଜିଲ୍ଲାରେ ମୃତ ଶିଶୁଙ୍କ ସଂଖ୍ୟା ୧୧୪ରେ ପହଞ୍ଚିଛି। ମୃତ ଶିଶୁପୁତ୍ର ହେଲେ କମଳାପଦର ଗାଁର ସୁରେଶ ମାଡକାମୀ(୪)। ନଭେମ୍ବର ୧୬ ତାରିଖରେ ଜାପାନୀ ଜ୍ୱରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ୫ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିଲା।

malkangiri

Rakesh Mallick
  • Published: Sunday, 20 November 2016
  • , Updated: 20 November 2016, 09:32 AM IST

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଜାପାନିଜ୍ ଏନ୍‌ସେଫାଲାଇଟିସ୍‌ରେ ଆଜି ଆଉ ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ରୋଗରେ ଜିଲ୍ଲାରେ ମୃତ ଶିଶୁଙ୍କ ସଂଖ୍ୟା ୧୧୪ରେ ପହଞ୍ଚିଛି। ମୃତ ଶିଶୁପୁତ୍ର ହେଲେ କମଳାପଦର ଗାଁର ସୁରେଶ ମାଡକାମୀ(୪)।

ନଭେମ୍ବର ୧୬ ତାରିଖରେ ଜାପାନୀ ଜ୍ୱରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ୫ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିଲା।

Related story