ଜୟପୁରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଜୟପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି କାମତା ବ୍ରିଜ୍, ଆମ୍ବାଗୁଡ଼ା ଷ୍ଟାଡିୟମ ଆଦି ୧୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏଠାରେ ଆୟୋଜିତ ଦଳୀୟ ସମାବେଶରେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସଂପର୍କରେ କହିଥିଲେ। ପରେ ମୁଖ୍ୟମନ୍ତ୍ରୀ କୋଟପାଡ଼ ଗସ୍ତ କରି ସେଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କିଛି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ […]

cm

Rakesh Mallick
  • Published: Thursday, 22 December 2016
  • , Updated: 22 December 2016, 03:26 PM IST

ଜୟପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି କାମତା ବ୍ରିଜ୍, ଆମ୍ବାଗୁଡ଼ା ଷ୍ଟାଡିୟମ ଆଦି ୧୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ଏଠାରେ ଆୟୋଜିତ ଦଳୀୟ ସମାବେଶରେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସଂପର୍କରେ କହିଥିଲେ। ପରେ ମୁଖ୍ୟମନ୍ତ୍ରୀ କୋଟପାଡ଼ ଗସ୍ତ କରି ସେଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କିଛି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସର ୨୦ ଜଣ କର୍ମୀଙ୍କୁ ଅଟକ ରଖିଥିଲା।  ସେହିପରି ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ ବେଳେ ବିଜେପି ଯୁବ ସଭାପତିଙ୍କ ସମେତ ୧୦ ଜଣଙ୍କୁ ପୋଲିସ୍ ଅଟକ ରଖିଛି।

Related story