ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇଥିଲେ ଚାକିରି ଯିବ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରୁଥିଲେ ଚାକିରି ଯିବ। ଫେକ୍ ସାର୍ଟିଫିକେଟ ନେଇ ସୁପ୍ରିମକୋର୍ଟ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ନକଲି ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରିଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ବିରୋଧରେ ଦଣ୍ଡ ବିଧାନ ସହ ଚାକିରିରୁ ବାହାର କରିବା ପାଇଁ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଅଧିକ ଦିନ ଚାକିରି କରିଥିବା ବ୍ୟକ୍ତିମାନଙ୍କ ବିରୋଧରେ ମଧ୍ୟ ଏହି ନିୟମ ଲାଗୁ ହେବ। […]

supreme_court

supreme_court

Rakesh Mallick
  • Published: Thursday, 06 July 2017
  • Updated: 06 July 2017, 04:14 PM IST

Sports

Latest News

ନୂଆଦିଲ୍ଲୀ: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରୁଥିଲେ ଚାକିରି ଯିବ। ଫେକ୍ ସାର୍ଟିଫିକେଟ ନେଇ ସୁପ୍ରିମକୋର୍ଟ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ନକଲି ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରିଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ବିରୋଧରେ ଦଣ୍ଡ ବିଧାନ ସହ ଚାକିରିରୁ ବାହାର କରିବା ପାଇଁ ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଅଧିକ ଦିନ ଚାକିରି କରିଥିବା ବ୍ୟକ୍ତିମାନଙ୍କ ବିରୋଧରେ ମଧ୍ୟ ଏହି ନିୟମ ଲାଗୁ ହେବ। ସେମାନଙ୍କ ପାଇଁ ନିୟମରେ କୌଣସି କୋହଳ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି।

ନକଲି ଜାତିଗତ ପ୍ରମାଣପତ୍ର ଦେଇ ପାଠ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ସହ ଡିଗ୍ରୀ ବାଜ୍ୟାପ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନକଲି ଜାତିଗତ ପ୍ରମାଣପତ୍ର ଦେଇ ଚାକିରି କରିଥିବା କର୍ମଚାରୀମାନଙ୍କୁ ନିଲମ୍ବନ ପାଇଁ ଗତମାସରେ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।  ଏ ସମ୍ପର୍କିତ କର୍ମଚାରୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ବିଭାଗକୁ ନୋଟିସ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos